ବାହୁଡ଼ା ଯାତ୍ରା ପୂର୍ବରୁ ଗୁରୁତ୍ବପୂର୍ଣ୍ଣ ବୈଠକ

ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ

ଶ୍ରୀକ୍ଷେତ୍ର ପୁରୀରେ ବାହୁଡ଼ା ଯାତ୍ରାକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତିକୁ ଆହୁରି ଜୋରଦାର କରାଯାଇଛି । ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ।ବାହୁଡ଼ା ଯାତ୍ରା ସହ ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପ୍ରସ୍ତୁତି ନେଇ ଆଲୋଚନା ହେଉଛି। ବୈଠକରେ ଉପ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ସଚିବ,ଉନ୍ନୟନ କମିଶନର ,ପୋଲିସ ମହାନିର୍ଦ୍ଦେଶକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି ।ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ସଚିବ, ଉନ୍ନୟନ କମିଶନର, ପୋଲିସ ମହାନିର୍ଦ୍ଦେଶକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବାହୁଡ଼ା ଯାତ୍ରା ସମୟରେ ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ୍ ପରିଚାଳନା, ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ପରିମଳ ବ୍ୟବସ୍ଥା ଓ ଜରୁରୀକାଳୀନ ସେବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି ।

Leave a Reply

Your email address will not be published. Required fields are marked *