ମୁଖ୍ୟମନ୍ତ୍ରୀଙ୍କ OSD ହେଲେ କୌଶିକ ପଟ୍ଟନାୟକ

କୌଶିକ ପଟ୍ଟନାୟକ ହେଲେ ମୁଖ୍ୟମନ୍ତ୍ରୀଙ୍କ OSD

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ୧୮ ଜଣ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀଙ୍କୁ ନୂତନ ନିଯୁକ୍ତି ସହିତ ବଦଳି କରାଯାଇଛି ବୋଲି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ସୂଚନା ଦିଆଯାଇଛି। ସୋମବାର ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଓଏଏସ୍ ଅଧିକାରୀ କୌଶିକ ପଟ୍ଟନାୟକଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ଦିଆଯାଇଛି।