୨୬ଜାନୁଆରୀରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

୨୬ଜାନୁଆରୀରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।