ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି; ସାମିଲ ହେଲା OAS, ORS
ଓଡ଼ିଶା ସିଭିଲ ସର୍ଭିସେସ ପରୀକ୍ଷାରେ ୧୫୧ଟି ଅଧିକ ପଦବୀ ପୂରଣ ପାଇଁ ଓ.ପି.ଏସ.ସି କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ । ନିକଟରେ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ଓଡିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା । ହେଲେ ଏଥିରେ ଓଏଏସ୍, ଓଆର୍ ଏସ୍ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିଲା । ମୁଖ୍ୟମନ୍ତ୍ରୀ ତୁରନ୍ତ ହସ୍ତକ୍ଷେପ କରି ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ ।ଏହା ଫଳରେ ଓଡିଶା ପ୍ରଶାସନିକ ସେବା (OAS) ରେ ୧୪ଟି, ଓଡିଶା ରାଜସ୍ବ ସେବା (ORS) ରେ ୧୧୩ଟି, ଓଡିଶା ପରିବହନ ସେବା (OTS) ରେ ୧୬ଟି ଓ ଓଡିଶା ମଙ୍ଗଳ ସେବା (OWS) ରେ ୮ଟି ପଦବୀ ପୂରଣ ପାଇଁ ଓଡିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି । ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି । ଏହାଦ୍ବାରା ଏହିସବୁ ପଦବୀ ପାଇଁ ଆଶାୟୀ ଥିବା ଅନେକ ଯୁବକ ଯୁବତୀ ପରୀକ୍ଷା ଦେଇ ନିଜ ଯୋଗ୍ୟତା ବଳରେ ସଫଳତା ପାଇରିବେ ।
