ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ନିର୍ଦ୍ଦେଶ

ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ । ଆସନ୍ତା ୨୭ ତାରିଖରେ ଉଲ୍ଲାସର ସହ ପାଳିତ ହେବ ଶ୍ରୀରାମ ନବମୀ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ରାମନବମୀ ପାଳନ ବେଳେ ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନକୁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି ।ଚଳିତ ବର୍ଷ ବ୍ୟାପକ ପୋଲିସ ମୁତୟନ ସହ ଉପଯୁକ୍ତ ପରିଚାଳନା ମାଧ୍ୟମରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଶ୍ରୀରାମ ନବମୀ ଭାବରେ ସାରା ଦେଶରେ ଅତ୍ୟନ୍ତ ଭକ୍ତି ଓ ଶ୍ରଦ୍ଧାର ସହ ପାଳିତ ହୋଇଥାଏ । ଆଧ୍ୟାତ୍ମିକତାର ଏହି ପର୍ବରେ ଓଡ଼ିଶାରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯେପରି ବିନା କୌଣସି ଦ୍ୱିଧାରେ ସମ୍ପୂର୍ଣ୍ଣ ଭାବେ ଶାନ୍ତିର ସହ ପାଳନ କରିବେ ତାହା ସୁନିଶ୍ଚିତ କରିବା ପୋଲିସ ପ୍ରଶାସନର ଦାୟିତ୍ୱ । ତେଣ, ଏହି ସମୟରେ ସମସ୍ତେ ଯେପରି ସୁରୁଖୁରୁରେ ପର୍ବ ପାଳନ କରିବେ, ସେଥିପ୍ରତି ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।

Leave a Reply

Your email address will not be published. Required fields are marked *