ଭିଜିଲାନ୍ସ ଜାଲରେ CHSE ଅଧିକାରୀ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ଥିବା ୨ଟି ଘର ଓ ଜଗତସିଂହପୁର ପୈତୃକ ଘରେ ରେଡ୍ ଚାଲିଛି। ଭୁବନେଶ୍ବର କାନନବିହାରରେ ଥିବା ୪ ମହଲା ଘର, ସାମନ୍ତରାପୁରରେ ଥିବା ଅଫିସ୍ ଓ ଜଗତସିଂହପୁରରେ ଥିବା ପୈତୃକ ଘରେ ଏକକାଳୀନ ଚଢାଉ ଚାଲିଛି।