କାଲି କଟକ ବନ୍ଦ ଡାକରା
କଟକ ଦରଘା ବଜାରରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣାରେ ଆସନ୍ତାକାଲି କଟକ ବନ୍ଦ ଡାକରା ଦେଲା ବିଶ୍ଵ ହିନ୍ଦୁ ପରିଷଦ । ପୋଲିସ ଓ ଜିଲ୍ଲା ପ୍ରଶାସନର ବିଫଳତାକୁ ଦାୟୀ କରାଯାଇଛି । ଏହାସହ କଟକ ଜିଲ୍ଲାପାଳ ଓ ଡିସିପିଙ୍କ ବଦଳି ଦାବି କରାଯାଇଛି ।ସୂଚନାଯୋଗ୍ୟ ଯେ, କଟକରେ ଭସାଣ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଦରଘା ବଜାର ସ୍ଥିତ ହାତୀପୋଖରୀ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । ଦଶହରା ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ସମୟରେ ହାତୀପୋଖରୀ ନିକଟରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି । ଗୀତ ବଜାଇବାକୁ ବିରୋଧ କରି କାଚ ଓ ପଥର ମାଡ କରାଯାଇଥିବା ସୂଚନା ରହିଛି । ଏହି ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ମଧ୍ୟ ଆହତ ହୋଇଥିବା ସୂଚନା ରହିଛି ।
