୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆମ ବସ୍ ’ ଧକ୍କାରେ ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାରେ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ । ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୋହନ ମାଝୀ । ସିଏମ ରିଲିଫ ପାଣ୍ଠିରୁ ୪ ଲକ୍ଷ ସହାୟତା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରାଯାଇଛି ।ବସ୍ ର ନିୟମିତ ଫିଟନେସ୍ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବାଣିଜ୍ୟ ଓ ପରିବହନ ବିଭାଗ ଏକ ସ୍ଵତନ୍ତ୍ର ସ୍କ୍ୱାଡ ଗଠନ କରି ବସ ଫିଟନେସ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଛି । ବିଶେଷକରି ଆମ ବସ ଡ଼୍ରାଇଭର ମାନଙ୍କ ଦକ୍ଷତା ବୃଦ୍ଧି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି । ଏଥିପାଇଁ ନିୟମିତ ଟ୍ରେନିଂ ପ୍ରଦାନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।ବିଶେଷକରି ସେମାନଙ୍କ ମଧ୍ୟରେ ସମ୍ବେଦନଶୀଳ ମନୋଭାବ ସୃଷ୍ଟି ପାଇଁ training module କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଏପରି ଦୁର୍ଭାଗ୍ୟଜନକ ଘଟଣା ଯେପରି ବାରମ୍ବାର ନ ଘଟେ ସେଥିପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ନିୟମିତ ଭାବେ ସମୀକ୍ଷା କରି ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ ଉଦ୍ୟମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
