ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ପୋଷ୍ଟରେ ଏହା ଉଲ୍ଲେଖ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ, ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ମଧ୍ୟ ଭେଟି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦୀ ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ନୀତି ଆୟୋଗ ପରିଚାଳନା ପରିଷଦର ଦଶମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି।

ଏଥିରେ ୨୪ଟି ରାଜ୍ୟ ଏବଂ ୭ଟି କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନେ ଅଂଶଗ୍ରହଣ କରିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ସାମିଲ ଥିଲେ। ଚଳିତ ବର୍ଷର ବିଷୟବସ୍ତୁ ଥିଲା ବିକଶିତ ଭାରତ ୨୦୪୭ ପାଇଁ ବିକଶିତ ରାଜ୍ୟ। ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପୀଡିତଙ୍କ ସ୍ମୃତିରେ ଏକ ମିନିଟର ନୀରବ ପ୍ରାର୍ଥନା କରାଯିବା ସହିତ ବୈଠକ ଆରମ୍ଭ ହୋଇଥିଲା।

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ମଧ୍ୟ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାର୍ବଜନୀନ ସ୍ୱାସ୍ଥ୍ୟ ସୁରକ୍ଷା ପ୍ରତି ରାଜ୍ୟର ପ୍ରତିବଦ୍ଧତା ଉପରେ ଗୁରୁତ୍ୱ ଦେବାସହ ଦୁର୍ଗମ ଅଞ୍ଚଳରେ ଉଚ୍ଚମାନର ମେଡିକାଲ୍ ଭିତ୍ତିଭୂମି, ଡାକ୍ତରୀ ଶିକ୍ଷା ଏବଂ ସ୍ୱାସ୍ଥ୍ୟ ସେବା ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ ଆଦି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ତା ସହ ଦଳୀୟ ଆଲୋଚନା କରିଥିବା ସୂଚନା।
