ବଢିଲା ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି
ବଢିଲା ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି । ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ଏନେଇ ଆଜି ନିଜେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ୬ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ । ସେହିଭଳି ସ୍ବାଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଟଙ୍କା ମିଳିବ ।