ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀରେ ମାଓ ମୁକାବିଲା ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିପାଇଁ ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ବି ଭେଟିବା କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆସନ୍ତାକାଲି ବୈଠକ ରହିଛି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ । ଏଥିରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ । ମାଓ ପ୍ରଭାବିତ ରାଜ୍ୟଗୁଡ଼ିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ ଜଣ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏହି ବୈଠକରେ ଯୋଗଦେବେ । ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କ ସମେତ କେନ୍ଦ୍ର, ରାଜ୍ୟର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ଶସସ୍ତ୍ର ବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *