୧୩ ଜିଲ୍ଲାରେ ୨୨ଟି ନୂଆ ଏନଏସି ଘୋଷଣା

ଘୋଷଣା ହେଲା ଆଉ ୨୨ ନୂଆ ଏନଏସି

ଘୋଷଣା ହେଲା ଆଉ ୨୨ ନୂଆ ଏନଏସି । ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବଂ ଭଞ୍ଜନଗରକୁ ଏନଏସିରୁ ମ୍ୟୁନିସିପାଲିଟିକୁ ଉନ୍ନୀତ ହୋଇଛି। ଘୋଷଣା କରାଯାଇଥିବା ଏନଏସି ଗୁଡିକ ହେଲା ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି। ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକରଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓକାକଟପୁର, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି। ଗତମାସରେ ରାଜ୍ୟରେ ୩୫ଟି ନୂଆ ଏନଏସି ଘୋଷଣା ହୋଇଥିଲା।