ପ୍ରଥମ ଥର ହାରିଲେ ନବୀନ ପଟ୍ଟନାୟକ

କଣ୍ଟାବାଞ୍ଜିରୁ ନବୀନ ପରାଜିତ

ପ୍ରଥମ ଥର ପାଇଁ ହାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀରୁ ସେ ହାରିଛନ୍ତି। ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କଠାରୁ ତାଙ୍କୁ ପରାସ୍ତ କରିଛନ୍ତି। ବିଜୟ ପରେ ବିଜେପି ସମର୍ଥକଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଛି। ଏଥର ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତି କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଥିଲେ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମର ହିଞ୍ଜିଳି ଓ ବଲାଙ୍ଗିର କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ୁଥିଲେ। ଉଭୟ ଆସନରେ ବିଜୟୀ ହେବେ ବୋଲି ଆଶା କରାଯାଉଥିଲା। ହେଲେ କଣ୍ଟାବାଞ୍ଜିରୁ ତାଙ୍କୁ କଡା ଟକ୍କର ଦେଲେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ। ତୃତୀୟ ସ୍ଥାନରେ ଅଛନ୍ତି କଂଗ୍ରେସର ସନ୍ତୋଷ ସିଂ ସାଲୁଜା।