ପୂରଣ ହେବ ୨ ହଜାର ଟ୍ରାଫିକ୍ ପୋଲିସ ପଦବୀ

ରାଜ୍ୟ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଛନ୍ତି । ପୋଲିସ୍ ବିଭାଗରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଛି । ସଡକ ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନେଉଥିବା ଟ୍ରାଫିକ୍ ବ୍ୟବସ୍ଥା ପାଇଁ ଚଳିତ ବର୍ଷ ଆଉ ୨ ହଜାର ନୂତନ ପଦବୀ ସୃଷ୍ଟି ପାଇଁ ନିର୍ଦ୍ଦେଶ ।ସ୍ୱଚ୍ଛତାର ସହ ନୂଆ ୨ ହଜାର ଟ୍ରାଫିକ୍ ପୋଲିସ ପଦବୀ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ କାର୍ଯ୍ୟକ୍ଷମ ହେବ ସାଇବର ପୋଲିସ ଷ୍ଟେସନ।ରାଜ୍ୟରେ ଆଉ ୨୦ଟି ସାଇବର ଥାନା ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଥାନା ଗୁଡିକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।ଭୁବନେଶ୍ୱର ଓ କଟକର ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ କରିବା ସହ ସହରାଞ୍ଚଳରେ ରାତ୍ରୀକାଳୀନ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡାକଡି କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହାଛଡ଼ା ଗଞ୍ଜେଇ ଚାଷ ଓ ଗଞ୍ଜେଇ ଚାଲଣକୁ ରୋକିବା ପାଇଁ ଦୃଢ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହମ ମାଝୀ । ମାଓ ପ୍ରବଣ ଜିଲ୍ଲା ଗୁଡିକରେ ସୁରକ୍ଷା ବ୍ୟବସ୍ଥା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକଙ୍କୁ ପରାମର୍ଶ ଦେଇଥିଲେ ।