ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କଲା ବାତ୍ୟା

ସରିଲା ବାତ୍ୟାର ଲ୍ୟାଣ୍ଡଫଲ୍

ସରିଲା ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ବାତ୍ୟା । ଏହାର ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ପବନ ସହ ବର୍ଷା ଜାରି ରହିଛି । ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ରହିଥିଲା । ତେବେ ମଝିରେ ମଝିରେ ଝଟକା ପବନର ବେଗ ୯୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିଥିବା ସୂଚନା ମିଳିଛି ।ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଥିଲେ ମଧ୍ୟ ଏହାର ପ୍ରଭାବ ତୁରନ୍ତ ଶେଷ ହେବ ନାହିଁ । ଆଗାମୀ କିଛି ସମୟ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ପବନ ଓ ବର୍ଷା ଜାରି ରହିପାରେ । ତେବେ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ୩ ଘଣ୍ଟା ମଧ୍ୟରେ ବାତ୍ୟା ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *