ଲୋକଙ୍କ ପାଇଁ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଭିଡ଼

ଆଜିଠୁ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଅଭିଯୋଗ ଶୁଣାଣି ପୂର୍ବରୁ ପଞ୍ଜୀକରଣ ପାଇଁ ଲୋକଙ୍କ ଭିଡ଼ । ଗୁହାରି ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଛନ୍ତି ଶତାଧିକ ଲୋକ । ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶିବିର କରାଯାଇଛି । ସକାଳ ୯ରୁ ଦିନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ ପଡିବ ନାଁ । ପଞ୍ଜିକରଣ ଲାଗି ୧୦ଟି କାଉଣ୍ଟର କରାଯାଇଛି । ଦିବ୍ୟାଙ୍ଗ, ମହିଳା, ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର କାଉଣ୍ଟର କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝି ଅଭିଯୋଗ ଶୁଣାଣି କରିବା ସହ ଏହାର ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେବେ । ପ୍ରତ୍ୟେକ ଦିନ ୧୧ଟାରୁ ଅଭିଯୋଗ ଶୁଣାଣି ଆରମ୍ଭ ହେବାକୁ ଥିବା ବେଳେ ଏଥିପାଇଁ ସକାଳ ୯ଟାରୁ ଅଭିଯୋଗ ପ୍ରକୋଷ୍ଠରେ ପହଁଚି ପଂଜୀକରଣ କରିବାକୁ ପଡ଼ିବ । ଅଭିଯୋଗ ପ୍ରକୋଷ୍ଠ ବାହାରେ ବ୍ୟାରିକେଡ ପ୍ରସ୍ତୁତ କରାଯାଇଥିବା ବେଳେ ଏହିବାଟେ ଧାଡ଼ିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ସମସ୍ୟା ଜଣାଇବେ ଜନସାଧାରଣ । ଦୂରଦୂରାନ୍ତରୁ ଆସୁଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପାନୀୟ ଜଳ ଓ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ କରାଯାଇଛି ।