ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ କଟକ ସାଂସଦ ଭର୍ତ୍ତୃହରି ମହତାବ
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ। ବୈଠକରେ କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ ଏକ ବୃହତ୍ କନ୍ ଭେନସନ ସେଣ୍ଟର ସ୍ଥାପନ, ରାଣୀହାଟ ଅଂଚଳର ଉନ୍ନତିକରଣ, ପ୍ରେସ ଛକ ଅଂଚଳରେ ଏକ ପାର୍କ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଛି ।

ସେହିପରି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମଭୂମି ସତ୍ୟଭାମାପୁରର ସମନ୍ୱିତ ବିକାଶ, ସିଏମସି ଏବଂ ସିଡିଏ ଅଞ୍ଚଳ ପାଇଁ ଡ୍ରେନେଜ୍ ମାଷ୍ଟର ପ୍ଲାନ୍, ମହାନଦୀରେ ବ୍ୟାରେଜ୍ ଯୋଜନା, ବଡମ୍ବା ସୁଗାର ମିଲ ଓ ଭଗତପୁର କଟନ ମିଲର ପୁନଃ କାର୍ଯ୍ୟକାରିତା ଓ ଉପଖଣ୍ଡ ସ୍ତରୀୟ କୋଲ୍ଡ ଷ୍ଟୋରେଜ ନିର୍ମାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।ମୁଖ୍ୟମନ୍ତ୍ରୀ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଉପଯୁକ୍ତ ପଦକ୍ଷେପ ନେବା ଏବଂ ପ୍ରଶାସନିକ ସ୍ତରରେ ପ୍ରତ୍ୟେକ କାର୍ଯ୍ୟ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ବିଭାଗୀୟ ସଚିବଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ, ଅଧିକ ସଂଯୁକ୍ତ ପ୍ରୟାସ ଦ୍ୱାରା କଟକ ଜିଲ୍ଲା ଏବଂ ତାହାର ଉପଖଣ୍ଡ ଅଞ୍ଚଳକୁ ଆଧୁନିକ ଓ ସମୃଦ୍ଧ ମଡେଲ୍ କ୍ଷେତ୍ର ବନେଇବା ପାଇଁ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
