ଓଡ଼ିଶା ମୁହାଁ ବାତ୍ୟା ‘ଅକଭାନ’
ଓଡ଼ିଶାକୁ ବଢ଼ୁଛି ବିପଦ । ବାତ୍ୟା ‘ଅକଭାନ’କୁ ନେଇ ବଢ଼ିଲା ଚିନ୍ତା। ଓଡ଼ିଶା ଆଡକୁ ବଡ଼ ବିପଦ ମୁହାଁଉଛି । ଏବେ ପୁରୀଠାରୁ ୭୫୦ କିମି ଦୂରରେ ରହିଛି ବାତ୍ୟା । ‘ଅକଭାନ’ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା । ୧୯ ଓ ୨୦ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ।ଏହାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ସତର୍କତା ବଢ଼ାଯାଇଛି । ଲଗାଣ ବର୍ଷା ହେଲେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ଦୁର୍ବଳ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି । ଅନ୍ୟପଟେ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିପାରେ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।
