ତାମିଲନାଡୁ-ପୁଡୁଚେରୀ ମଝିରେ ଲ୍ୟାଣ୍ଡଫଲ୍

ସନ୍ଧ୍ୟାରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ଫେଙ୍ଗଲ। ଆଜି ତାମିଲନାଡୁ-ପୁଡୁଚେରୀ ମଝିରେ ଲ୍ୟାଣ୍ଡଫଲ୍ କରିବ ସାଇକ୍ଲୋନ । ବାତ୍ୟା ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀ ଉପକୂଳରେ ଆରମ୍ଭ ହୋଇଛି ବର୍ଷା ପବନ । ସାଇକ୍ଲୋନ୍ ଫେଙ୍ଗଲ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଆଜି ଅପରାହ୍ଣ ସୁଦ୍ଧା ଉତ୍ତର ତାମିଲନାଡ଼ୁ ଓ ପୁଡୁଚେରୀ ମଧ୍ୟରେ କରାଇକାଲ-ମହାମବଳିପୁରମ୍ ଦେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ୍ ବେଳେ ପବନର ଘଣ୍ଟାପ୍ରତି ବେଗ ୭୦ରୁ ୮୦ କିମି ରହିପାରେ । ସ୍ଥଳ ବିଶେଷରେ ଏହା ବଢି ୯୦ କିମି ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଓଡ଼ିଶା ଉପରେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିନଥିଲେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହୋଇପାରେ । ଆଜି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *