୨୪ ରୁ ୨୭ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା

ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସୃଷ୍ଟି,

ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।  ଏହାର ପ୍ରଭାବରେ, ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ୨୪ ତାରିଖରୁ ବଢିବ ବର୍ଷାର ପରିମାଣ । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୨୧ ଜିଲ୍ଲା କୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ୨୪ ତାରିଖ ରେ ମୟୁରଭଞ୍ଜ ,ବାଲେଶ୍ଵର ରେ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ନେଇ ଅରେଞ୍ଜ ଆର୍ଲଟ ଜାରି । ବାକି ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ହଳଦିଆ ଚେତାବନୀ ଜାରି।ସେହିପରି ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି ।  ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ୨୪ ରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା ।