ସମ୍ଭାବ୍ୟ ବାତ୍ୟା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା

ଆସୁଛି ବାତ୍ୟା ମିଚାଉଙ୍ଗ । ଏହା ତାମିଲନାଡୁରେ କରିବା ଲ୍ୟାଣ୍ଡଫଲ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା । ଆସନ୍ତାକାଲିଠାରୁ ୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଜ଼ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୩ତାରିଖରେ ୪ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ ରହିଛି । ଏବଂ ୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ସେହିପରି ୪ତାରିଖରେ ରାଜ୍ୟର ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୭ରୁ ୧୧ସେଂଟିମିଟର ବର୍ଷା ହୋଇପାରେ । ସେହିପରି ୫ତାରିଖ ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।ନବରଙ୍ଗପୁର, କଳାହାଣ୍ଡି, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ପାଇଁ ୟେଲୋ ଆଲର୍ଟରେ ରଖାଯାଇଛି । ତେବେ ବାତ୍ୟା ସମୟରେ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଓଡ଼ିଶାର ସବୁ ବନ୍ଦରକୁ ବିପଦ ସଂକେତ ଜାରି କରାଯାଇଛି ।