ଦେବାଶିଷ ସାମାନ୍ତରାୟ ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
ବରିଷ୍ଠ ନେତା ଦେବାଶିଷ ସାମାନ୍ତରାୟ ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏଥର ସେ ଶାସକ ଦଳ ଭାରତୀୟ ଜନତା ପାର୍ଟି (ବିଜେପି) ଟିକେଟ୍ରେ ଦିଲ୍ଲୀ ଦରବାରକୁ ଯାଉଛନ୍ତି । ରାଜ୍ୟସଭା ଉପନିର୍ବାଚନରେ ତାଙ୍କ ବିପକ୍ଷରେ କେହି ପ୍ରାର୍ଥୀ ପତ୍ର ଦାଖଲ କରି ନ ଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିବା ଘୋଷଣା କରାଯାଇଛି ।
