ବିଜେଡିର ଉପ ସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ
ବିଜେଡିକୁ ଝଟକା, ପଦ ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । ସିନିୟର ସିଟିଜେନ୍ ସେଲର ସଭାପତି ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫା ପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି । ଏହି ଇସ୍ତଫା ପତ୍ରରେ ଦଳ ତାଙ୍କୁ ଗୁରୁତ୍ୱ ଦେଉନଥିବା କଥା ଉଲ୍ଲେଖ କରିଛନ୍ତି ଦେବାଶିଷ ।ନବୀନଙ୍କୁ ଲେଖଥିବା ଚିଠିରେ ଦେବାଶିଷ ସାମନ୍ତରାୟ କହିଛନ୍ତି, ଦଳର ପୁନର୍ଗଠନ ବେଳେ ତାଙ୍କୁ ସିନିୟର ସିଟିଜେନ୍ ସେଲର ଉପସଭାପତି ପଦ ଦିଆଯାଇଥିଲା । ହେଲେ ଏହି ଉପସଭାପତି ପଦର ରାଙ୍କ କଣ ସେ ଜାଣିପାରୁନଥିବା କହିଛନ୍ତି । ଏଭଳି ପଦ ଦିଆଯାଇ ତାଙ୍କୁ ଅପମାନିତ କରାଯାଇଥିବା ମଧ୍ୟ ଏହି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଦେବାଶିଷ ସାମନ୍ତରାୟ ।
