‘ଓଡ଼ିଆ ଅସ୍ମିତା’ ପାଇଁ ବିଜେଡି ହାରିଲା
ବିଜେଡିର ପରାଜୟ ନେଇ ସୋସିଆଲ୍ ମିଡିଆରେ ଦେବାଶିଷଙ୍କ ପ୍ରତିକ୍ରିୟା । ପୁଣି ତେରେଛା ବାଣ ମାରିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । କହିଲେ ଓଡ଼ିଆ ଅସ୍ମିତା’ ପାଇଁ ବିଜେଡି ହାରିଲା ଲେଖି ପୋଷ୍ଟ କଲେ । ଆମେ ଜଗନ୍ନାଥ ପ୍ରଦେଶର ଲୋକ, ଅସ୍ମିତା ରକ୍ଷା ଆମର ମୂଳ ଲକ୍ଷ୍ୟ’ । ବିଜେଡିରେ ଯୋଗଦେଇ ପଦ ପାଇଥିବା କିଛି ନୂତନ ନେତାଙ୍କୁ କଟାକ୍ଷ କଲେ । ସେମାନେ ନା ଏ ଦଳର ଇତିହାସ ଜାଣିଛନ୍ତି, ନା ନବୀନ ବାବୁଙ୍କ । ନା ବିଜୁ ବାବୁଙ୍କ ଆଦର୍ଶ ଜାଣିଛନ୍ତି ।’ସେମାନେ ଆଉ କାହାର ଇଶାରାରେ ପରିଚାଳିତ’ । ସ୍ବାଭିମାନ ନଥିବା ସ୍ବାର୍ଥବାଦୀଙ୍କ ସମ୍ପର୍କରେ ଏତିକି କୁହାଯାଇପାରେ । ନା ସେମାନେ ଦଳର ନା ଓଡ଼ିଶାର, ନା ନବୀନ ପଟ୍ଟନାୟକଙ୍କର’ ।
