୭୧ କୋଟି ଟଙ୍କା ବ୍ୟୟରେ ନୂଆ ରୂପ ନେବ ଦେବ୍ରିଗଡ଼ ଅଭୟାରଣ୍ୟ
ନୂଆ ରୂପ ନେବ ଦେବ୍ରିଗଡ଼ ଅଭୟାରଣ୍ୟ । ୭୧ କୋଟି ଟଙ୍କା ବ୍ୟୟରେ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ହେବ ଦେବ୍ରିଗଡ଼ ଅଭୟାରଣ୍ୟ। ଏଥିପାଇଁ ପ୍ରସ୍ତୁତ ଡିପିଆରକୁ ମଞ୍ଜୁରୀ ଦେଲେ ଓଡ଼ିଶା ସରକାର। ଏ ନେଇ ସୋସିଆଲ ମିଡିଆ Xରେ ପୋଷ୍ଟ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ପ୍ରକଳ୍ପର ଡିପିଆରକୁ ମଞ୍ଜୁରୀ ମିଳିଥିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ । ଦେବ୍ରିଗଡ଼ର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆନ୍ତର୍ଜାତୀୟ ସ୍ତରରେ ପରିଚୟ ଦେବା ସହିତ ବନ୍ୟଜନ୍ତୁ ସଂରକ୍ଷଣରେ ସହାୟକ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ।ଏହି ଇକୋଟୁରିଜିମ୍ ପ୍ରକଳ୍ପ ସ୍ଥାନୀୟ ନିଯୁକ୍ତି ଏବଂ ପର୍ଯ୍ୟଟନକୁ ମଧ୍ୟ ବଡ଼ ଗତି ଦେବ। ଅଭୟାରଣ୍ୟର ପ୍ରାୟ ୧୦୦ କିଲୋମିଟର ପରିସୀମା ଚାରିପାଖରେ ବାଡ଼ ନିର୍ମାଣ ପାଇଁ ସ୍ୱତନ୍ତ୍ର ଭାବରେ ଅତିରିକ୍ତ ପ୍ରାୟ ୧୪.୧୮ କୋଟି ଟଙ୍କା ପାଣ୍ଠି ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ରାଶିକୁ କାମ୍ପା କିମ୍ବା ଅନ୍ୟାନ୍ୟ ରାଜ୍ୟ ସରକାରୀ ପାଣ୍ଠି ମାଧ୍ୟମରେ ଯୋଗାଇବା ପାଇଁ ପରାମର୍ଶ ଦିଆଯାଇଛି । ଏହି ବାଡ଼ ନିର୍ମାଣ ଦ୍ୱାରା ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ସଂଘର୍ଷ ହ୍ରାସ ହୋଇପାରିବ। ସମ୍ପୃକ୍ତ ବିଭାଗକୁ ତୁରନ୍ତ ଏହି ଡିପିଆର ଅନୁଯାୟୀ ଆଗାମୀ ପଦକ୍ଷେପ ଗ୍ରହଣ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
