ଆଜି କୋରାପୁଟ ଗସ୍ତରେ ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ଆଜି କୋରାପୁଟ ଗସ୍ତରେ ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ରାଜନାଥ ସିଂଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା। କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମକ ଡ୍ରିଲ୍ କରାଯାଇଛି। ବ୍ୟାପକ ପୋଲିସ ଫୋର୍ସ, ଫାୟାର ଟିମ ଓ ସୁରକ୍ଷା କର୍ମୀ ମୁତୟନ କରାଯାଇଛି। ସୁନାବେଡାରେ ହାଇପ୍ରୋଫାଇଲ୍ ମେଗା ଇଭେଣ୍ଟରେ ଯୋଗ ଦେବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ।HAL ପରିଦର୍ଶନ ସହ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀଙ୍କ ସହିତ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭିଭିଆଇପି ଗସ୍ତକୁ ନେଇ ଚଳଚଞ୍ଚଳ ହୋଇଉଠିଛି ସୁନାବେଡା। ସୁରକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି ଟ୍ରାଫିକ୍ ମ୍ୟାନେଜମେଣ୍ଟର ସମୀକ୍ଷା କରିଛନ୍ତି ବରିଷ୍ଠ ପୋଲିସ ଅଧିକାରୀ।
