ଭୁବନେଶ୍ବରରେ ଅଣାୟତ୍ତ ଡେଙ୍ଗୁ ସ୍ଥିତି

ରାଜଧାନୀରେ ଡ଼ରାଉଛି ଡେଙ୍ଗୁ, ୪ଟି CHCରେ ଖୋଲିବ ଡେଙ୍ଗୁ ୱାର୍ଡ

ରାଜଧାନୀରେ ଡରାଇଲେଣି ଡେଙ୍ଗୁ । ସ୍ଥିତି ଅଣାୟତ୍ତ କରିବା ପାଇଁ ପରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ସଜାଗ ହୋଇଉଠିଛି । ଭୁବନେଶ୍ବରର ସମସ୍ତ ୪ଟି ଯାକ ସିଏଚସିରେ ଡେଙ୍ଗୁ ୱାର୍ଡ ଖୋଲାଯିବ ଓ ପ୍ରତି ଅର୍ବାନ ସିଏଚସିରେ ୧୦ଟି ଲେଖାଏଁ ବେଡ୍ ରହିବ। ଏଭଳି ନିଷ୍ପତ୍ତି ନେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଚଳିତ ବର୍ଷ କେବଳ ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରୁ ୧ ହଜାର ୫୯ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜଧାନୀରେ ଡେଙ୍ଗୁ ରୋଗଙ୍କ ସଂଖ୍ୟା ବଢୁଥିବାରୁ ସମସ୍ତେ ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ରହିଛି। ବ୍ଲଡ ବ୍ୟାଙ୍କରେ ରକ୍ତ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଡେଙ୍ଗୁ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବ।