ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

କାଲି ଦିନ ୧୨ଟା ପୂର୍ବରୁ ସୁଭଦ୍ରା ଟଙ୍କା

ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। ଆସନ୍ତାକାଲି ଦିନ ୧୨ଟା ପୂର୍ବରୁ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା।ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ପଠାଇବେ ମୁଖ୍ୟମନ୍ତ୍ରୀ । NPCI କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଟଙ୍କା । ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ।

Leave a Reply

Your email address will not be published. Required fields are marked *