କିଏ ପାଇବ ସୁଭଦ୍ରା ଟଙ୍କା, ଅଗଷ୍ଟ ୧୫ରେ ଆସିବ SOP
ଅଗଷ୍ଟ ୧୫ ତାରିଖରେ ଆସିବ ସୁଭଦ୍ରା ଯୋଜନା SOP । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଏଥିରେ କିଏ ପାଇବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଏହାର ମୋଡାଲିଟି କଣ ରହିବ ଓ ଫର୍ମାଟ ବାବଦରେ ଜଣାପଡ଼ିବ । ତେଣୁ ମହିଳାଙ୍କୁ ଭ୍ରମିତ ନ ହେବାକୁ ଅପିଲ୍ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ରାଜ୍ୟରେ ଲାଗୁ ହେବ ।
ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ତାରିଖରେ ହୋଇଥିବାରୁ ଉକ୍ତଦିନ ହିଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାକୁ କାର୍ଯ୍ୟକାରୀ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଥିଲେ ।ପ୍ରଧାନମନ୍ତ୍ରୀ ମୋଦିଙ୍କ ଉକ୍ତଦିନ ଓଡ଼ିଶା ଆସି ଏହି ଯୋଜନାର ଲୋକାର୍ପଣ କରିବେ । ଉକ୍ତଦିନ ୫ଲକ୍ଷ ମହିଳାଙ୍କୁ ଏହି ଯୋଜନାର ଭାଉଚର ଯୋଗାଇ ଦିଆଯିବ । ରାଜ୍ୟ ସରକାର ନିଜର ୧୦୦ଦିନର କାର୍ଯ୍ୟକ୍ରମରେ ସୁଭ୍ରଦା ଯୋଜନା ଓ ଚାଷୀଙ୍କୁ ୩୧୦୦ଟଙ୍କାର ଏମଏସପି ଦେବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଥିଲେ ।