ଶୀତ ଅଧିବେଶନ ସୁରୁଖୁରୁରେ ଚାଲିବା ନେଇ ଆଲୋଚନା
ପ୍ରଥମ କରି ବିଧାନସଭାକୁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ଆସନ୍ତାକାଲି ଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ଗୃହ ସୁରୁଖୁରରେ ଚଲାଇବା ପାଇଁ ଆଜି ସର୍ବଦଳୀୟ ବୈଠକରେ ବାଚସ୍ପତି ସବୁ ଦଳର ସହଯୋଗ ଲୋଡିଛନ୍ତି ।ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ସର୍ବଦଳୀୟ ବୈଠକ ବସିଥିଲା । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ,ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ । ତାସହ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ପ୍ରମୁଖ ଯୋଗ ଦେଇଥିଲେ ।
