ମକର ସଂକ୍ରାନ୍ତିରେ ପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ସେବାୟତ ବିବାଦ, ଉପାସରେ ପ୍ରଭୁ ଲିଙ୍ଗରାଜ

ମକର ସଂକ୍ରାନ୍ତିରେ ପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ । ଗତକାଲି ରାତି ସାଢେ ୮ଟାରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ସେବାୟତଙ୍କ ବିବାଦ ଲାଗି ବନ୍ଦ ରହିଛି ନୀତି। ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ ହେବା ପରେ ମାହାସୁଆରଙ୍କ ଦ୍ୱାରା ଦୁଗ୍ଧ ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ । ମକର ସଂକ୍ରାନ୍ତି ନିମନ୍ତେ ଘୃତ୍ୟ କମଳ ଲାଗି ହୁଏ । କିନ୍ତୁ ପୁନର୍ବାର ବଡୁ ସେବାୟତ ଏକା ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ଯେଉଁଥିପାଇଁ ମହାପ୍ରଭୁ ଲିଙ୍ଗରାଜ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି । ନା କୌଣସି ନୀତି ହୋଇଛି ନା ଦିଅଁ ଦକ୍ଷିଣ ଘରକୁ ବିଜେ କରିଛନ୍ତି ।