ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା

ମା’ବିରଜାଙ୍କ ସ୍ୱ-ନକ୍ଷତ୍ର

ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା । ଏହି ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ସ୍ୱ-ନକ୍ଷତ୍ର ଅନୁଷ୍ଠିତ ହୋଇଛି । ପରମ୍ପରା ଅନୁଯାୟୀ ସମସ୍ତ କାର୍ଯ୍ୟ ସ୍ଥିର କରାଯାଇଥିବା ବେଳେ ସାଧାରଣ ଭକ୍ତଙ୍କ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ବ୍ରାହ୍ମମୁହୂର୍ତ୍ତରେ ଦେବୀଙ୍କ ନିତ୍ୟସ୍ନାନ ଓ ବେଶ କାର୍ଯ୍ୟ ସରିବା ପରେ ଦେବୀଙ୍କୁ ସ୍ୱ-ନକ୍ଷତ୍ର ବିହିତ ମହାସ୍ନାନ କରାଯାଇଥିଲା । ସ୍ନାନ ପରେ ମା ସାବିତ୍ରୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି । ପରେ ସିଂହାସନ ଉପରେ ଷୋଡଶୋପଚାର ପୂଜାବିଧି କରାଯାଇଥିଲା । ଆଜିର ଦିନରେ ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କୁ ଦର୍ଶନ କରିବାଛନ୍ତି । ଫଳରେ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ମନ୍ଦିରକୁ ଫୁଲ ସଜା, ଆଲୋକମାଳାରେ ସୁସଜିତ କରାଯାଇଛି।