କଟକରେ ଡବଲ ଏନକାଉଣ୍ଟର
କଟକ କମିସରେଟ୍ ପୋଲିସର ଡବଲ ଏନକାଉଣ୍ଟର । ଦୁଇଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କରିଛି ପୋଲିସ । ଆହତ ଅଭିଯୁକ୍ତ ଦ୍ଵୟ ହେଲେ କଟାସ ଓରଫ ସଂଗ୍ରାମ ରାଉତ ଏବଂ ଜୁବୁଲା ଓରଫ ଶୁଭ୍ରାଂଶୁ ପରିଡ଼ା । ସଂଗ୍ରାମର ଘର ନନ୍ଦନକାନନ ଥାନା ଅଞ୍ଚଳରେ, ଜୁବୁଲାର ଘର ବୟାଳିଶମୌଜା କୁଳକଳପଡ଼ା ଅଞ୍ଚଳରେ । ଡକାୟତି, ଲୁଟ୍ପାଟ ଭଳି ଏକାଧିକ ସଙ୍ଗିନ୍ ମାମଲାରେ ଜଡ଼ିତ ଥିଲେ କଟାସ ଓ ଜୁବୁଲା । ଉଭୟଙ୍କୁ ଧରିବା ପାଇଁ ପୋଲିସ ପିଛା କରୁଥିଲା । ଚୌଦ୍ଵାର ଇନ୍ଦ୍ରାଣୀପାଟଣା ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ଦୁଇ ଅପରାଧୀ ପୁଲିସକୁ ଆକ୍ରମଣ କରିଥିଲେ । ସ୍ଥିତି ବିଗିଡ଼ି ଯିବାରୁ ପୁଲିସ ଦୁଇ ଅଭିଯୁକ୍ତଙ୍କ ଉପରକୁ ଗୁଳି ଚଳାଇଥିଲା । ଦୁଇ ଜଣଙ୍କ ଗୋଡ଼ରେ ଗୁଳି ବାଜିଛି । ସେମାନଙ୍କୁ ଏସ୍ସିବି ଟ୍ରମା କେୟାର୍ରେ ଭର୍ତ୍ତି କରାଯାଇଛି । କଟାସ ନାଁରେ ୧୫ ଓ ଶୁଭ୍ରାଂଶୁ ନାଁରେ ୫୦ରୁ ଅଧିକ ମାମଲା ରହିଛି ।
