ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି

ସାରା ଓଡିଶାକୁ ବର୍ଷା ଚେତାବନୀ

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସହ ଏକକାଳୀନ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗୋଟିଏ ଲଘୁଚାପ ପୂର୍ବ ଭାଗରେ ଦକ୍ଷିଣ ପଶ୍ଚିମ ବାଂଲାଦେଶ ପାଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତି ପଶ୍ଚିମବଙ୍ଗ, ଝାଡଖଣ୍ଡ ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ବର୍ଷା । ସେପଟେ ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ।ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ। ଆଜି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ । ଏପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।