ଓଡ଼ିଶା ଆସିବେ ରାଷ୍ଟ୍ରପତି, ସୁରକ୍ଷା ଦାୟିତ୍ୱରେ ୧୧୦ ପ୍ଲାଟୁନ ଫୋର୍ସ
ଆସନ୍ତା ୨୩ ତାରିଖରୁ ୩ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଓଡ଼ିଶା ପୁଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରିବା ସହ ସୁରକ୍ଷାକୁ ସୁନିଶ୍ଚିତ କରାଯିବ । ଗତକାଲି ପୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲୁ ବୁକ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ୩ଟି ଜିଲ୍ଲାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦାୟିତ୍ୱରେ ୧୧୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ କରାଯିବ । ଏଥିସହ ୫୦୦ ବରିଷ୍ଠ ପୁଲିସ ଅଧିକାରୀ, ଓଡ୍ରାଫ ଟିମ୍, ସ୍ପେଶାଲ ଟ୍ରାକ୍ଟିକାଲ ୟୁନିଟ୍ ମଧ୍ୟ ମୁତୟନ କରାଯିବ। ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବାକୁ ୩ ଜଣ ଏଡିଜି ପାହ୍ୟାର ଅଧିକାରୀଙ୍କୁ ନିୟୋଜିତ କରାଯିବ। ଅନୁରୂପ ଭାବେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ ପୁଲିସ ବ୍ୟାପକ କରିଛି ।ରାଜଧାନୀରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ସହ କାର୍ଯ୍ୟସୂଚୀର ପ୍ରତିସ୍ଥାନରେ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯିବ । ଏହି ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କୋଷ୍ଟଗାର୍ଡ ଏଡିଜି ଅରୁଣ ବୋଥ୍ରା, ଏଡିଜି ଆଧୁନୀକରଣ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୁଲିସ କମିସନର ଦେବଦତ୍ତ ସିଂ, ଅତିରିକ୍ତ ପୁଲିସ କମିସନର ଉମାଶଙ୍କର ଦାଶ, ଡିସିପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।