ମିଆଁମାରରେ ଭୂକମ୍ପ ବିଭୀଷିକା: ୧୫୦ ମୃତ
ମିଆଁମାର ଓ ଥାଇଲାଣ୍ଡରେ ଭୂମିକମ୍ପ ପରେ ବଢୁଛି ମୃତକଙ୍କ ସଂଖ୍ଯା। ୧୫୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ। ଗତକାଲି ୭.୭ ଏବଂ ୬.୪ ତୀବ୍ରତାର ୨ଟି ଭୂକମ୍ପ ପ୍ରଭାବରେ ମିଆଁମାରରେ ଅନେକ ସୁଉଚ୍ଚ ଅଟ୍ଟାଳିକା ଆଖି ପିଛୁଳାକେ ମାଟିରେ ମିଶିଯାଇଛି। ମ୍ୟାମାରରେ ୧୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦୦ରୁ ଅଧିକ ଆହତ ହୋଇଛନ୍ତି। ମିଆଁମାର ଭୂକମ୍ପର ପ୍ରଭାବ ଏତେ ଅଧିକ ଥିଲା ଯେ ଏହା ୯୦୦ କିମି ଦୂରରେ ଥିବା ପଡ଼ୋଶୀ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍ରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି।

ଭାରତରେ ମେଘାଳୟ, ମଣିପୁର, ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ବାଂଲାଦେଶ, ଭିଏତ୍ନାମ ଏବଂ ଚୀନ୍ର ଦକ୍ଷିଣପଶ୍ଚିମ ୟୁନାନ୍ ପ୍ରଦେଶରେ ମଧ୍ୟ ଭୂକମ୍ପର ତୀବ୍ର ଝଟ୍କା ଅନୁଭୂତ ହୋଇଛି। ମ୍ୟାମାର ଓ ଥାଇଲାଣ୍ଡରେ ଭୂକମ୍ପଜନିତ ନିଖୋଜଙ୍କ ସଂଖ୍ୟା ୨ ଶହ ଅତିକ୍ରମ କରିଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି। ୧୯୩୬ ମସିହା ପରେ ମିଆଁମାରରେ ସବୁଠାରୁ ବଡ଼ ଭୂକମ୍ପ ବୋଲି କୁହାଯାଉଛି। ପାଖାପାଖି ୪ ମିନିଟ୍ ପର୍ଯ୍ୟନ୍ତ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା ବୋଲି ଜଣାପଡ଼ିଛି।
