ଇଡି ଜାଲରେ ବିଧାୟକ ପ୍ରଫୁଲ୍ଲ ସାମଲ, ୧୦ଟି ସ୍ଥାନରେ ଚଢ଼ାଉ
ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍ । ପୂର୍ବତନ ମନ୍ତ୍ରୀ ହେଉଛନ୍ତି ପ୍ରଫୁଲ୍ଲ ସାମଲ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରିର ବିଧାୟକ । ଭଦ୍ରକର ୪ଟି ସ୍ଥାନରେ ରେଡ୍ କରିଛି ଇଡି୍ । ଏହା ସହ ବରପଦା ଇଂଜିନିୟରିଂ କଲେଜରେ ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ କରିଛି ଇଡି। କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ରେଡ୍ । ସକାଳ ସମୟରୁ ବର୍ତ୍ତମାନ ସୁଦ୍ଧା ବିଧାୟକଙ୍କ ସମ୍ପର୍କୀତ ୧୦ଟି ସ୍ଥାନରେ ତନାଘନା ଚଳାଇଛି ଇଡି। ଭୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ରେଡ୍ ସୂଚନା ।ସୂଚନା ଅନୁସାରେ ପ୍ରଫୁଲ୍ଲ ସାମଲ ମନ୍ତ୍ରୀ ଥିବାବେଳେ ୨୦ କୋଟିରୁ ଅଧିକ ମୂଲ୍ୟର ଏକ ଜମି କେଳେଙ୍କାରୀ ହୋଇଥିଲା । ଏକ ଇଞ୍ଜିନିୟରିଙ୍ଗ କଲେଜକୁ ଜମି ଦେବା ଘଟଣାରେ ଜାଲିଆତି ହୋଇଥିଲା, ଯାହାକୁ ନେଇ ସେ ସମୟରେ ପୋଲିସରେ ଅଭିଯୋଗ ହୋଇଥିଲେ ବି ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ ହୋଇନଥବା ଅଭିଯୋଗ ହୋଇଥିଲା । ଏହି ମାମଲା କ୍ରମେ ଇଡି ହାତକୁ ଆସିଥିଲା । ଏହି ମାମଲାକୁ ନେଇ ଆଜି ଇଡି ରେଡ୍ ଆରମ୍ଭ କରିଛି ।