ବଢିଲା ଅଙ୍ଗନବାଡ଼ି ଅଣ୍ଡା ଦାମ୍

ଅଣ୍ଡା ଦାମ୍‌ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି

ବଢିଲା ଅଙ୍ଗନବାଡ଼ି ଅଣ୍ଡା ଦାମ୍ । ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ୍‌ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ସରକାର ବର୍ଷକୁ ଅତିରିକ୍ତ ୧୭୫ କୋଟି ୧୪ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ । ଏହି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବଜାରରେ ଅଣ୍ଡା ଦର ବୃଦ୍ଧି ପାଇଁ ଅଙ୍ଗନବାଡ଼ି କର୍ମୀ ପିଲାଙ୍କୁ ପୁଷ୍ଟିସାର ଖାଦ୍ୟ ଅଣ୍ଡା ଦେବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ ।ବଜାରରେ ଅଣ୍ଡା ଗୋଟାକୁ ୮ ଟଙ୍କା ଥିବାବେଳେ ସରକାର ଦେଉଥିଲେ ୫ଟଙ୍କା । ଏହି କାରଣରୁ ଅଙ୍ଗନବାଡ଼ି ପିଲାଙ୍କୁ ମାସକୁ ୨୦ଟି ବଦଳରେ ମାତ୍ର ୧୫ଟି ଅଣ୍ଡା ମିଳୁଥିଲା । ଗର୍ଭବତୀ ଓ ପ୍ରସୂତୀଙ୍କୁ ମାସିକ ୧୨ଟି ଅଣ୍ଡା ଦେବା କଥା । କିନ୍ତୁ ଅଙ୍ଗନବାଡ଼ି ଦିଦି କେଉଁଠି ୮ଟି ତ’ ଆଉ କେଉଁଠି ୯ଟି ଦେଉଥିବା ଅଭିଯୋଗ ହୋଇଥିଲା ।