ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ
ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାରେ ଭାରତୀୟ ଯବାନଙ୍କ ଗୁଳିରେ ଟଳିଲେ ୪ ଆତଙ୍କୀ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁ ହୋଇଥିଲେ ୪ ଆତଙ୍କବାଦୀ । ଯାହା ପରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ପ୍ରଥମେ ଜଣେ ନିହତ ହୋଇଥିବା ବେଳେ ସେଠାରେ ଆହୁରି ୩ ଜଣ ଆତଙ୍କୀ ଲୁଚି ରହିଥିଲେ । ଯାହା ପରେ ସ୍ଥାନୀୟ ଅଞ୍ଚଳରେ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନକୁ ଜୋରଦାର କରିଥିଲା ସୁରକ୍ଷା ବାହିନୀ । ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩ ଆତଙ୍କୀଙ୍କୁ ନିପାତ କରାଯାଇଛି । ଏମାନେ ଲସ୍କର-ଏ-ତୋଏବା ଆତଙ୍କୀ ସଙ୍ଗଠନର ସଦସ୍ୟ ବୋଲି ଜଣାପଡିଛି ।
