ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲଙ୍କୁ ଏନକାଉଣ୍ଟର
ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲଙ୍କୁ ଏନକାଉଣ୍ଟର। ବ୍ରହ୍ମପୁର ପୁଲିସ ଜିଲ୍ଲା ଗୋଳନ୍ଥରା ଥାନପକ୍ଷରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କରାଯାଇଛି । ଏଥିରେ ପୁଲିସ ସଫଳତା ମଧ୍ୟ ପାଇଛି । ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକନନ୍ଦ ଓ ତାଙ୍କ ଟିମ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ସୁନିଲ ନିମଖଣ୍ଡି ଥାନା ଲୁଟ୍ ଘଟଣା ସମେତ ଅନ୍ୟାନ୍ୟ ମାମଲାରେ ସମ୍ପୃକ ରହି ଫେରାର ରହିଥିବା ଜଣାପଡ଼ିଛି । ଗୋଳନ୍ଥରା ଥାନା ପୁଲିସ ଓ ସ୍ୱତନ୍ତ୍ର ଟିମ ଚଢ଼ାଉ ବେଳେ ଦୁର୍ଦ୍ଧାନ୍ତ ଅପରାଧୀ ସୁନିଲ ନାହାକ ପୁଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି କରିଥିଲା। ଏଥିରେ କେହି ଆହତ ହୋଇନଥିବା ବେଳେ ଗୁଳି ପୁଲିସ ଗାଡ଼ି ଉପରକୁ ବାଜିଥିଲା । ଅନ୍ୟପକ୍ଷରେ ପୁଲିସ ଏନକାଉଣ୍ଟରରେ ସୁନିଲ ଆହତ ହୋଇଛି । ସୁନିଲରେ ବାମ ଗୋଡ଼କୁ ଗୁଳି ବାଜିଛି।
