ଦିଲ୍ଲୀ ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ

ଦିଲ୍ଲୀ ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ

ଦିଲ୍ଲୀର ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ଘଟିଥିବା ସ୍ଥାନଠାରୁ ସାଂସଦ ଭବନଠାରୁ ମାତ୍ର ୨୦୦ ମିଟର ଦୂରରେ ଥିବା ଜଣାପଡିଛି । ଯେଉଁ ଆପାର୍ଟମେଣ୍ଟରେ ଅନେକ ଲୋକସଭା ଏବଂ ରାଜ୍ୟସଭାର ସାଂସଦ ରହୁଥିବା ଜଣାପଡିଛି । ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ତୁରନ୍ତ ଅଗ୍ନିଶମ ବାହିନୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । କିନ୍ତୁ ଏପର୍ଯ୍ୟନ୍ତ ଆହତଙ୍କ ସୂଚନା ମିଳିନାହିଁ ।ସୂଚନାନୁଯାୟୀ, ଦିଲ୍ଲୀର ଡକ୍ଟର ବିଶ୍ବମ୍ବର ଦାସ ରାସ୍ତାରେ ଥିବା ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଯାହା ସ୍ଥାନୀୟ ବାସିନ୍ଦା ଏବଂ ଅଧିକାରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି । ଅଗ୍ନିକାଣ୍ଡକୁ ଆୟତ୍ତ କରିବା ପାଇଁ ୬ ଟି ଦମକଳ ବାହିନୀ ଗାଡ଼ି ନିୟୋଜିତ ରହିଛି । ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି । କିନ୍ତୁ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ।ଅନ୍ୟପଟେ ଏହି ଦୁର୍ଘଟଣାରେ ବହୁ କ୍ଷୟକ୍ଷତି ଘଟିଛି । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ସେମାନଙ୍କ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାଣ ଫୁଟାଇବା କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

Leave a Reply

Your email address will not be published. Required fields are marked *