ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣଙ୍କ ସୂଚନା । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ପରେ ସୂଚନା । ୨୦୨୭ ଫେବୃଆରୀରେ ହେବ ଦ୍ଵିତୀୟ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାବପତ୍ର ଗଣନା ହେବ’ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ହେବ ଜନଗଣନା’ । ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ’ ।ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ପଞ୍ଜିକୃତ କରିପାରିବେ’ ।

ତେବେ ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା। ଭୁବନେଶ୍ୱର କଟକରେ ପ୍ରି-ଟେଷ୍ଟ ସରିଛି। ନୂଆ ଘୋଷଣା ହୋଇଥିବା ଏନଏସି ଏବଂ ପୌରପାଳିକା ବାଉଣ୍ଡ୍ରି ଫାଇନାଲ୍ ହୋଇଛି। ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଟ୍ରେନିଂ ଦିଆଯିବ । ତେବେ ମିଳିଥିବା ସୂଚନା ଅନୁସାରେ, 200 ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ। ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ। ଜଣେ ଜନଗଣନା ଅଧିକାରୀଙ୍କୁ ୨୫ ହଜାର ଆର୍ଥିକ ପ୍ରୋତ୍ସାହନ ଦିଆଯିବ। ଏପ୍ରିଲରୁ ମେ ଭିତରେ ପ୍ରଥମ ଫେଜରେ ଘର ମାର୍କ ହେବ। ୨୦୨୭ ମସିହା ଫେବ୍ରୁଆରିରୁ ଦ୍ଵିତୀୟ ପର୍ଯ୍ୟାୟରେ ଜନଗଣନା ହେବ।

Leave a Reply

Your email address will not be published. Required fields are marked *