ସମ୍ଭାବ୍ୟ ବାତ୍ୟାକୁ ନେଇ ଅଶାନ୍ତ ରହିପାରେ ପୁରୀ ସମୁଦ୍ର

ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା । ଯାହାଫଳରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।ପ୍ରବଳ ବର୍ଷା ଓ ଅଶାନ୍ତ ସମୁଦ୍ର ହେତୁ ତଳିଆ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏଥିସହ ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ପ୍ରସ୍ତୁତ ରଖାଯାଇଥିବା ବେଳେ ପର୍ଯ୍ୟାପ୍ତ ପରିମାଣର ଶୁଖିଲା ଖାଦ୍ୟ ମଧ୍ୟ ମହଜୁଦ ରଖାଯାଇଛି ।ଅନ୍ୟପଟେ, ବାରମ୍ବାର ବାତ୍ୟାର ସମ୍ମୁଖୀନ ହେଉଥିବା ପୁରୀର ମତ୍ସ୍ୟଜୀବୀମାନେ ପୁଣି ଏକ ବାତ୍ୟା ଆସୁଥିବା ଖବର ପାଇ ନିଜ ନିଜର ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ଆଣି ରଖିଛନ୍ତି ।

Leave a Reply

Your email address will not be published. Required fields are marked *