ଏନକାଉଣ୍ଟରରେ ଟଳିଲେ ୫ ମାଓବାଦୀ
ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ ଜଙ୍ଗଲରେ ଯବାନଙ୍କ ଗୁଳିରେ ନକ୍ସଲ ମୂଳପୋଛ ଅଭିଯାନ ଆହୁରି ଜୋରଦାର ହୋଇଛି।ଛତିଶଗଡ଼ ଏବଂ ତେଲଙ୍ଗାନା ସୀମାରେ ଥିବା କାରେଗୁଟ୍ଟା ଜଙ୍ଗଲରେ ମାଓବାଦୀମାନେ ମେଳି କରୁଥିବା ଖବର ପାଇ ଯବାନମାନେ ଚଢ଼ାଉ କରିଥିଲେ। ଏହି ଭୟଙ୍କର ଗୁଳି ବିନିମୟରେ ୫ ଜଣ ନକ୍ସଲ ନିହତ ହୋଇଛନ୍ତି। ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ।
ମାର୍ଚ୍ଚ ୩୧ ସୁଦ୍ଧା ଦେଶକୁ ନକ୍ସଲ ମୁକ୍ତ କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଲକ୍ଷ୍ୟ ଅନୁଯାୟୀ ଏହି ଶେଷ ଲଢ଼େଇ ଆରମ୍ଭ ହୋଇଛି। ଗୁରୁବାରରୁ ଆରମ୍ଭ ହୋଇଥିବା ଏହି ଅଭିଯାନରେ ପ୍ରାୟ ୨୦୦୦ରୁ ଊର୍ଦ୍ଧ୍ୱ ଯବାନ ସାମିଲ ହୋଇଛନ୍ତି। ଘଟଣାସ୍ଥଳରୁ ସୁରକ୍ଷାବଳ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଏବଂ ମାଓ ସାମଗ୍ରୀ ଜବତ କରିଛନ୍ତି।
