ବିଜେଡି ଛାଡ଼ିଲେ ପୂର୍ଣ୍ଣଚନ୍ଦ୍ର ସେଠୀ

ବିଜେଡି ଛାଡ଼ିଲେ ଖଲ୍ଲିକୋଟ ପୂର୍ବତନ ବିଧାୟକ

ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ନେଇ ଦଳରୁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି ନିଜର ଇସ୍ତଫା ପତ୍ର । ଇସ୍ତଫା ଦେବାର କାରଣ ସମ୍ପର୍କରେ କିଛି ଉଲ୍ଲେଖ କରି ନଥିବା ବେଳେ ଲୋକଙ୍କ ପାଇଁ କାମ କରିବାକୁ ସୁଯୋଗ ଦେଇଥିବାରୁ ନବୀନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ ଆହୁରି କହିଛନ୍ତି, ୨୦୦୯ ଓ ୨୦୧୪ରେ ମୁଁ ଭଲ ଭୋଟରେ ଜିତି ଥିଲି। କିଛି କାରଣ ବଶଃତ ମୋତେ ୨୦୧୯ରେ ବିଜେଡି ପକ୍ଷରୁ ଟିକେଟ ମିଳିନଥିଲା। ହେଲେ ଦଳ ଟିକେଟ ଦେଇଥିବା ପ୍ରାର୍ଥୀପାଇଁ ପ୍ରଚାର କରିବା ପାଇଁ କୁହାଯାଇଥିଲା। ମୁଁ ପ୍ରଚାର ମଧ୍ୟ କରିଥିଲି। ତା’ପରେ ବି ମୋତେ ଦଳ ଭିତରେ ଅଣଦେଖା କରାଗଲା। ଏଥିପାଇଁ ମୁଁ ଦଳରୁ ଇସ୍ତଫା ଦେଇଦେଲି। ପୂର୍ଣ୍ଣ ସେଠୀ ଦଳ ଛାଡ଼ିବା ପରେ ସେ କେଉଁ ଦଳରେ ମିଶିବେ ତାହା ଜଣାପଡ଼ିନାହିଁ। ଅନ୍ୟପକ୍ଷରେ ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ। ପୂର୍ଣ୍ଣ ସେଠୀ ୨୦୦୯ ଓ ୨୦୧୪ ମସିହାରେ ଖଲ୍ଲିକୋଟରୁ ବିଧାୟକ ଭାବେ ଜିତିଥିଲେ।