ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି ପ୍ରକାଶ। ଗତ ନିର୍ବାଚନରେ କଟକ ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ । ନିଜ ଇସ୍ତଫା ପତ୍ରରେ ପ୍ରକାଶ କହିଛନ୍ତି ଯେ, ମୁଁ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ବାସ ରଖେ । ଜନସାଧାରଣଙ୍କ ସମସ୍ୟା, ବିକାଶ ଓ ସଂଗଠନ ସହ ଜଡିତ ରହିଛି, ଏଣୁ ମୁଁ ଏଭଳି ନିଷ୍ପତ୍ତି ନେବାକୁ ଉଚିତ ମଣିଲି। ଟାଙ୍ଗୀ-ସାଲେପୁର ଲୋକଙ୍କ ସହ ୨୫ ବର୍ଷ ହେଲା ଯୋଡିହୋଇ ରହିଛି, ଆଗାମୀ ଦିନରେ ମଧ୍ୟ ସେମାନଙ୍କ ଋଣ ସୁଝିବାକୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି ।

ନର୍ବାଚନ ପୂର୍ବରୁ ବିଜେଡିକୁ ଆସି ସେ କଟକ-ବାରବାଟୀ ଆସନରୁ ଟିକେଟ ହାତେଇଥିଲେ। ୨୦୧୪ରେ ସାଲେପୁରରୁ କଂଗ୍ରେସ ଟିକେଟ୍‌ରେ ଜିତିଥିଲେ। ପରେ କଂଗ୍ରେସରୁ ବିଜେପି ଯାଇ ସେଠୁ ବିଜେଡିକୁ ଯାଇଥିଲେ ପ୍ରକାଶ । ତେବେ ପ୍ରକାଶଙ୍କ ଇସ୍ତଫା ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନି ।

Leave a Reply

Your email address will not be published. Required fields are marked *