କାଲିଠୁ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ସ୍ଥଗିତ
ଆସନ୍ତା କାଲିଠୁ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ସ୍ଥଗିତ । ଜୁନ୍ ମାସରେ ପୁଣି ଗଣତିମଣତି ଆରମ୍ଭ ପାଇଁ ସ୍ଥିର କରାଯାଇଛି । ଏନେଇ ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା । ବର୍ତ୍ତମାନର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ, ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଏବଂ ମହାପ୍ରଭୁଙ୍କ ଆଗାମୀ ପର୍ବପର୍ବାଣୀ, ବିଶେଷକରି ସ୍ନାନ ପୂର୍ଣ୍ଣିମା ଓ ଘୋଷଯାତ୍ରାକୁ ଦୃଷ୍ଟିରେ ରଖି, ପରବର୍ତ୍ତୀ ପର୍ଯ୍ୟାୟ ପାଇଁ ଯୋଜନା ପ୍ରସ୍ତୁତ କରାଯାଉଛି । ଆସନ୍ତା ସପ୍ତାହରୁ ଛତିଶା ନିଯୋଗ ଓ ପରିଚାଳନା କମିଟିର ବୈଠକଗୁଡ଼ିକ କ୍ରମାଗତ ଭାବେ ଆୟୋଜିତ ହେବ । ଉପରୋକ୍ତ ପରିପ୍ରେକ୍ଷୀରେ, ଆସନ୍ତାକାଲିଠାରୁ ଗଣତି କାର୍ଯ୍ୟକୁ ସ୍ଥଗିତ ରଖି ପୁଣି ଜୁନ୍ ମାସରେ ପୁନର୍ବାର ଆରମ୍ଭ କରିବାକୁ ସ୍ଥିର କରାଯାଇଛି।
