ପୁଣି କଂଗ୍ରେସରେ ଯୋଗଦେଲେ ଗିରିଧର ଗମାଙ୍ଗ ପରିବାର 

ପୁଣି ହାତ ଧରିଲେ ଗିରିଧର ଗମାଙ୍ଗ

ପୁଣି ହାତ ଧରିଲେ ଗିରିଧର ଗମାଙ୍ଗ। ପୁରା ଗମାଙ୍ଗ ପରିବାର କଂଗ୍ରେସରେ ଯୋଗଦେଇଛନ୍ତି । ଗିରିଧର ଗମାଙ୍ଗ, ହେମା ଗମାଙ୍ଗ ଓ ଶିଶିର ଗମାଙ୍ଗ ତଥା ସମ୍ପୂର୍ଣ୍ଣ ଗମାଙ୍ଗ ପରିବାର ଏବେ କଂଗ୍ରେସକୁ ଫେରିଛନ୍ତି । ଦିଲ୍ଲୀରେ ପୁଣି କଂଗ୍ରେସ ହାତ ଧରିଛନ୍ତି ଗମାଙ୍ଗ ପରିବାର । ଅଜୟ ମାକେନ, ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସାମିଲ ହେଲେ । ପୂର୍ବତନ ସାଂସଦ ସଂଜୟ ଭୋଇ ବି କଂଗ୍ରେସକୁ ଫେରିଲେ । ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ଜେନା ଦଳକୁ ଫେରିବାକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି । ଖାଲି ସେତିକି ନୁହେଁ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଉଠାଯିବ ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଥିଲେ ବରିଷ୍ଠ ବିଧାୟକ ସନ୍ତୋଷ ସିଂ ସାଲୁଜା ।