ଜର୍ଜ ତିର୍କିଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ବିଧାନସଭା ପରିସରରେ ଜର୍ଜ ତିର୍କିଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର୍

ବିଧାନସଭା ପରିସରରେ ଜର୍ଜ ତିର୍କିଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର୍। ଜର୍ଜ ତିର୍କିଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ବିଧାନସଭାର ଉପସ୍ଥିତ ସମସ୍ତ ସଦସ୍ୟ ଶେଷ ଦର୍ଶନ କଲେ ।ବୀରମିତ୍ରପୁର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ । ୬୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛିମାସ ହେବ ସେ ଅସୁସ୍ଥ ଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ପୈତୃକ ଗାଁ ଝୁନମୁରରେ ତାଙ୍କର ଶେଷକୃତ୍ୟ କରାଯିବ । ଜର୍ଜ ତୀର୍କି ଓଡ଼ିଶା ରଜନୀତିରେ ସମତା କ୍ରାନ୍ତି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ ଚାରିଥର କରିଛନ୍ତି । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ ।