ବିଧାନସଭା ପରିସରରେ ଜର୍ଜ ତିର୍କିଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର୍
ବିଧାନସଭା ପରିସରରେ ଜର୍ଜ ତିର୍କିଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର୍। ଜର୍ଜ ତିର୍କିଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ବିଧାନସଭାର ଉପସ୍ଥିତ ସମସ୍ତ ସଦସ୍ୟ ଶେଷ ଦର୍ଶନ କଲେ ।ବୀରମିତ୍ରପୁର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ପରଲୋକ । ୬୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛିମାସ ହେବ ସେ ଅସୁସ୍ଥ ଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ପୈତୃକ ଗାଁ ଝୁନମୁରରେ ତାଙ୍କର ଶେଷକୃତ୍ୟ କରାଯିବ । ଜର୍ଜ ତୀର୍କି ଓଡ଼ିଶା ରଜନୀତିରେ ସମତା କ୍ରାନ୍ତି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ ଚାରିଥର କରିଛନ୍ତି । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ ।
